ଆଉଟସୋରସିଂ ସଂସ୍ଥା ତଥା ଚୁକ୍ତିଭିତ୍ତିରେ ନିୟୋଜିତ ହୋଇଥିବା ବ୍ୟକ୍ତି ମାନଙ୍କର ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି….

- Advertisement -

( )ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

{}ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଆଉଟସୋରସିଂ ସଂସ୍ଥା ଜରିଆରେ ତଥା ଚୁକ୍ତିଭିତ୍ତିରେ ନିୟୋଜିତ ହୋଇଥିବା ବ୍ୟକ୍ତି ମାନଙ୍କର ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଏହାଦ୍ବାରା ଓଡିଶା ସରକାରଙ୍କ ବିଭିନ୍ନ ବିଭାଗରେ ନିୟୋଜିତ ପ୍ରାୟ ୩୩ ହଜାର ବ୍ୟକ୍ତି ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାରଙ୍କୁ ବାର୍ଷିକ ଅଧିକ ୧୦୦ କୋଟି ଟଙ୍କା ଖର୍ଚ୍ଚ କରିବାକୁ ପଡିବ ।ଆଉଟସୋରସିଂ ଓ ଚୁକ୍ତିଭିତ୍ତିରେ ନିୟୋଜିତ ଏହି ବ୍ୟକ୍ତି ମାନଙ୍କର ଇ.ପି.ଏଫ ଓ ଇ.ଏସ୍‌.ଆଇ ପରି ବୈଧାନିକ ଦେୟ ସଂପୃକ୍ତ ସଂସ୍ଥା ପୈଠ କରିବେ। ସେମାନେ କାମ କରୁଥିବା ବିଭାଗର କର୍ତ୍ତୃପକ୍ଷ ଏହା ସୁନିଶ୍ଚିତ କରିବେ । ଉପରୋକ୍ତ ବୈଧାନିକ ଦେୟ ପୈଠ କରିବାରେ ହେଳା କରୁଥିବା ସଂସ୍ଥା ଗୁଡିକ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।ଏତଦ୍‌ବ୍ୟତୀତ ସେମାନଙ୍କୁ ବର୍ଷକୁ ସର୍ବାଧିକ ୧୨ ଦିନ ଛୁଟି ମଞ୍ଜୁର କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ଗର୍ଭବତୀ ମହିଳା ମାନଙ୍କ କ୍ଷେତ୍ରରେ ମାତୃତ୍ବ ଛୁଟି ପ୍ରଦାନ ବିଷୟ ବିଚାର କରି ଯଥାଶୀଘ୍ର ନିଷ୍ପତ୍ତି ନେବା ପାଇଁ ମୁଖ୍ୟମନ୍ତ୍ରୀ ସଂପୃକ୍ତ କର୍ତ୍ତୃପକ୍ଷଙ୍କୁ ପରାମର୍ଶ ଦେଇଛନ୍ତି ।

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -spot_imgspot_img

Latest Articles