ଭୁବନେଶ୍ୱର : ବିଜୁ ଜନତା ଦଳର ସବୁ କାର୍ଯ୍ୟକ୍ରମରେ ମା ମାନେ ହିଁ Focus ରେ ରହିଛନ୍ତି । ନବେ ଦଶକରେ ମା ମାନଙ୍କ ଅଧିକାର ପାଇଁ ବିଜୁବାବୁ ସାରା ଦେଶରେ Historic Step ନେଇଥିଲେ । ତାକୁ ଆମେ ଆହୁରି ଆଗକୁ ନେଇ ପାଞ୍ଚାୟତ ଓ Urban Bodies ମାନଙ୍କରେ ପଚାଶ ପ୍ରତିଶତ Reservation କରିଛୁ । ମା ମାନଙ୍କ ସ୍ଵପ୍ନକୁ ସାକାର କରିବା ପାଇଁ ବିଜୁ ଜନତା ଦଳ ସମର୍ପିତ ହୋଇ କାମ କରୁଛି ।
ମା ମାନେ ହେଉଛନ୍ତି Born Leader । ଘରର ଦାୟିତ୍ଵ , ପିଲାଙ୍କ ଦାୟିତ୍ଵ ଯିଏ ଠିକ ଭାବରେ ନେଇପାରୁଛି ଦେଶ ଓ ସମାଜର ଦାୟିତ୍ଵ ନେବାରେ ତା ପାଇଁ କିଛି ଅସୁବିଧା ନାହିଁ। ପ୍ରତିଟି ମା ଭିତରେ ଅଛି ନେତୃତ୍ଵ ର Sparkling । ଆମକୁ ତାର ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବାକୁ ହେବ । ତାର ଶକ୍ତିକୁ ଦେଶର ବିକାଶରେ ଉପଯୋଗ କରିବାକୁ ହେବ ।
ମା ମାନଙ୍କ ପାଇଁ Assembly ଓ Parliament 33% reservation ପାଇଁ ବିଜୁ ଜନତା ଦଳ ଦାବି କରି ଆସୁଛି । ଏ ଦାବି ବିଷୟରେ ଆମେ ସାରା ଦେଶର ମା ମାନଙ୍କ ଭିତରେ ସଚେତନତା ସୃଷ୍ଟି କରୁଛୁ । ଗତ ନିର୍ବାଚନରେ ଆମେ 33 % seat ରେ ମା ମାନଙ୍କୁ ଟିକଟ ଦେଇଥିଲୁ ।
ଆମେ କଥା ନୁହେଁ କାମରେ ବିଶ୍ବାସ କରୁ । ବିନା ସୁଧ ରେ ଋଣ ହେଉ ବା ୫ ହଜାର କୋଟି ଟଙ୍କାର ସରକାରୀ କାମ, ମା ମାନଙ୍କ ପାଇଁ ୭ ଲକ୍ଷ ଟଙ୍କା ର Treatment ସୁବିଧା, ମା ମାନଙ୍କ କଲ୍ଯାଣ ପାଇଁ ଜମି ଅଧିକାର, ସମ୍ପତ୍ତି ଅଧିକାର , ରେଶନ କାର୍ଡ , ଝିଅ ମାନଙ୍କ ପଢିବା ପାଇଁ ବୃତ୍ତି, ହଷ୍ଟେଲ, Working Women’s Hostel ଆଦି ଅନେକ କାର୍ଯ୍ୟକ୍ରମ କରାଯାଉଛି । ମା ମାନଙ୍କ କଲ୍ଯାଣ ଓ ଅଧିକାର ପାଇଁ ବିଜୁ ଜନତା ଦଳର ଲଢେଇ ଜାରି ରହିବ l