ରଥଯାତ୍ରା ଇତିହାସ ରଚିଛି : ନବୀନ…

- Advertisement -

ଭୁବନେଶ୍ୱର : ଚଳିତ ବର୍ଷର ମହାପ୍ରଭୁଙ୍କ ରଥଯାତ୍ରା ଇତିହାସ ରଚିଛି l  ବିନା ଭକ୍ତରେ ମହାପ୍ରଭୁଙ୍କ ରଥଯାତ୍ରାର ସମସ୍ତ ନୀତି ସୁରୁଖୁରୁରେ ଶେଷ ହୋଇଛି l  ଏଥିପାଇଁ ସେବାୟତ ବନ୍ଧୁମାନଙ୍କୁ, ଶ୍ରୀମନ୍ଦିର ଓ ଜିଲ୍ଲା ପ୍ରଶାସନ, ପୋଲିସ, ସ୍ବାସ୍ଥ୍ୟ ବିଭାଗ, ସୂଚନା ଓ ଲୋକ ସମ୍ପର୍କ ବିଭାଗ ସହିତ ରଜ୍ୟ ସରକାରଙ୍କର ସବୁ ବିଭାଗକୁ ତଥା ସର୍ବୋପରି ପୁରୀର ଜନସାଧାରଣଙ୍କୁ ଏବଂ କୋଟି କୋଟି ଜଗନ୍ନାଥ ପ୍ରେମୀଙ୍କୁ ମୁଁ ଧନ୍ୟବାଦ ଜଣାଉଛି l
ରଥଯାତ୍ରା ପୂର୍ବ ଦିନ ମୁଁ କହିଥିଲି ଯେ ସାରା ବିଶ୍ବ ଆମ ଉପରେ ନଜର ରଖିଛି l  ଆମେ କୋଭିଡ ସମୟରେ କିପରି ମହାପ୍ରଭୁଙ୍କ ଯାତ୍ରା, ନିୟମ ମାନି କରୁଛୁ ତା ଉପରେ ସାରା ବିଶ୍ବ ନଜର ରଖିଥିଲା l
ମହାପ୍ରଭୁଙ୍କ ଆଶୀର୍ବାଦରୁ ଆମେ ସଫଳ ହୋଇଛୁ୤ ଶୃଙ୍ଖଳାର ସହ କାମ କରି ସାରା ବିଶ୍ବ ପାଇଁ ଉଦାହରଣ ସୃଷ୍ଟି କରିଛୁ l
ମହାପ୍ରଭୁ ୪ ଦିନ ବଡ ଦାଣ୍ଡରେ ରହିଲେ l  କିନ୍ତୁ ପୁରୀର ଜନସାଧାରଣ କୋଭିଡ ଗାଇଡଲାଇନ ମାନି, କେହି ଜଣେ ବି ରାସ୍ତାକୁ ଆସିନଥିଲେ l ସମସ୍ତେ ଘରେ ବସି ଟିଭିରେ ମହାପ୍ରଭୁଙ୍କ ଯାତ୍ରା ଦେଖିଲେ l ପୁରୀ ବାସୀଙ୍କ ଏହି ଶୃଙ୍ଖଳା ଓ ସଂଯମତାର ତୁଳନା ନାହିଁ l  ସେମାନଙ୍କ ତ୍ୟାଗର ତୁଳନା ନାହିଁ୤ ତ୍ୟାଗ ହିଁ ସର୍ବଶ୍ରେଷ୍ଠ ଭକ୍ତି l ସମାଜର ମଙ୍ଗଳ ପାଇଁ ତ୍ୟାଗ ହିଁ ଭକ୍ତ ଓ ଭଗବାନଙ୍କ ସମ୍ପର୍କକୁ ଅଧିକ ନିବିଡ କରିଥାଏl
ପୁରୀ ଆଜି ସାରା ଦୁନିଆକୁ ବାଟ ଦେଖାଇଛି l  କୋଭିଡ ଗାଇଡଲାଇନ ମାନି କିପରି କାମ କରିବାକୁ ହେବ ସେଥିପାଇଁ ପୁରୀ ପ୍ରେରଣା ଦେଇଛି l ମହାପ୍ରଭୁ ନିଜେ ବାହାରକୁ ଆସି ତ୍ୟାଗ, ସଂଯମ ଓ ଶୃଙ୍ଖଳାର ବାଟ ଦେଖାଇଲେ l  ତେଣୁ କୋଭିଡ ଯୁଦ୍ଧ ଜିତିବାକୁ ହେଲେ ଆମକୁ ତ୍ୟାଗ, ସଂଯମ ଓ ଶୃଙ୍ଖଳାର ମାର୍ଗ ଆପଣେଇବାକୁ ହେବ l  ଏ ତିନୋଟି ଅସ୍ତ୍ର ହିଁ କୋଭିଡ ଯୁଦ୍ଧରେ ଆମକୁ ବିଜୟ ଆଣିଦେବ l
ଆପଣମାନେ ଜାଣନ୍ତି ବର୍ତ୍ତମାନ ସାରା ଦେଶ ଅନଲକ ହେବା ଆରମ୍ଭ କରିଛି l ଆଉ ବିଶେଷ କିଛି କଟକଣା ନାହିଁ l ସାରା ବିଶ୍ବରେ କୋଭିଡ ସଂକ୍ରମଣରେ ଭାରତ ତୃତୀୟ ସ୍ଥାନରେ ପହଞ୍ଚିଲାଣି l  ଭାରତରେ ସଂକ୍ରମଣ ପ୍ରତି ୪ ଦିନରେ ଲକ୍ଷେ ବଢୁଛି୤
ଆମ ରାଜ୍ୟରେ ମଧ୍ୟ ସଂକ୍ରମଣ ବଢୁଛି l  ବର୍ଷା ଋତୁ ପାଇଁ ମୁଁ ଆପଣମାନଙ୍କୁ ଆଗରୁ ସାବଧାନ କରିଥିଲି l କୋଭିଡ୍‌ ପାଇଁ Vaccine ବା Medicine ନ ବାହାରିବା ପର୍ଯ୍ୟନ୍ତ ଜୀବନ କେବେ ବି ପୂର୍ବପରି ସ୍ବାଭାବିକ ହେବ ନାହିଁ  l ତେଣୁ ସମସ୍ତଙ୍କ ମଙ୍ଗଳ ପାଇଁ ଆମକୁ ତ୍ୟାଗ କରିବାକୁ ହେବ l  ମୁଁ ପୁଣିଥରେ ଆପଣମାନଙ୍କୁ ଅନୁରୋଧ କରୁଛି ଆପଣମାନେ କୋଭିଡ ଗାଇଡଲାଇନକୁ କଡାକଡି ଭାବରେ ପାଳନ କରନ୍ତୁ l

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -spot_imgspot_img

Latest Articles