ଭୁବନେଶ୍ୱର :ଜାତୀୟ ସ୍ତରରେ ଓଡିଶା କାହିଁକି ସ୍ବତନ୍ତ୍ର । ଆଜି ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ଯୁବ ଜନତା ଦଳର କାର୍ଯ୍ୟକାରିଣୀରେ ଏହାର ବାଖ୍ୟା କରିଛନ୍ତି । ଓଡିଶା ସ୍ୱତନ୍ତ୍ର ନେଇ ନବୀନଙ୍କ ଆଭିମୁଖ୍ୟ ଏବେ ଚାରିଆଡେ ଚର୍ଚ୍ଚାର ବିଷୟ l ନିଜ ଅଭିଭାଷଣରେ ନବୀନ କହିଛନ୍ତି ଓଡିଶାର ସ୍ୱତନ୍ତ୍ର ପରିଚୟ କଥା l ଆସନ୍ତୁ ନଜର ପକାଇବା
ଦେଶର ପ୍ରଥମ ଭାଷାଭିତ୍ତିକ ରାଜ୍ୟ – ସେଥିପାଇଁ ଓଡିଆ ଭାଷା ସ୍ବତନ୍ତ୍ର ।
ଆମ କଳା, ସଂସ୍କୃତି ଓ ଐତିହ୍ୟ ସ୍ବତନ୍ତ୍ର ।
ଜଗନ୍ନାଥ ମହାପ୍ରଭୁ ହେଉଛନ୍ତି ସ୍ବତନ୍ତ୍ର ।
ତାଙ୍କ ପୂଜା, ତାଙ୍କ ସଂସ୍କୃତି ହେଉଛି ଆମ ଜୀବନ ଧାରା ।
ମହାନଦୀ ଆମ ଜୀବନ ରେଖା ।
ମହାନଦୀର ପାଣି ପ୍ରତି ଓଡିଆଙ୍କ ଦେହରେ ଆଶୀର୍ବାଦ ହୋଇ ବହିଚାଲିଛି ।
ଆମ ଓଡିଶା ପ୍ରଚୁର ଖଣିଜ ସଂପଦରେ ଭରପୂର ॥
ଆମର ସମୃଦ୍ଧ ଓ ବିବିଧ ଆଦିବାସୀ ସଂସ୍କୃତି ହେଉଛି ଆମର ଶକ୍ତି।
ଓଡିଶା ଏକ ସ୍ବତନ୍ତ୍ର ପରିଚୟ ହୋଇ ରହିଛି ।
ଓଡିଶାର ଏହି ସ୍ବତନ୍ତ୍ରତାର ସୁରକ୍ଷା ପାଇଁ ଆମ ପୂର୍ବପୁରୁଷ ମାନେ ଅନେକ ତ୍ୟାଗ କରିଛନ୍ତି ।
ଆମ ପାଇଁ ଲଢେଇ କରି ଆମକୁ ସ୍ବତନ୍ତ୍ର ରାଜ୍ୟ ଦେଇଛନ୍ତି