ଆଜି ପବିତ୍ର ଜନ୍ମାଷ୍ଟମୀ: ଧରାବତଣ କରିବେ ପ୍ରଭୁ ଶ୍ରୀକୃଷ୍ଣ….

- Advertisement -

() ଭାଦ୍ରବମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିକୁ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମଦିବସ ବା ଜନ୍ମାଷ୍ଟମୀ ରୂପେ ପାଳନ କରାଯାଏ। ହିନ୍ଦୁମାନଙ୍କର ଏହା ଏକ ମୂଖ୍ୟ ପର୍ବ। ବେଦବାଣୀ ଓ ଜ୍ୟୋତିଷ ଗଣନାନୁସାରେ ଭଗବାନ ଶ୍ରୀକୃଷ୍ଣ ଦ୍ୱାପର ଯୁଗର ଶେଷ ଭାଗରେ ଧରାଧାମରେ ଅବତୀର୍ଣ୍ଣ ହୋଇଥିଲେ।

ଦ୍ୱାପର ଯୁଗରେ ପ୍ରବଳ ପ୍ରତାପୀ କଂସକୁ ବଧ କରିବା ନିମନ୍ତେ ମାନବ ରୂପରେ ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଧରାବତରଣ କରିଥିଲେ ଭଗବାନ ବିଷ୍ଣୁ। ଏହା ଥିଲା ତାଙ୍କର ଶ୍ରୀକୃଷ୍ଣ ଅବତାର। କଂସଦ୍ୱାରା ବନ୍ଦୀ ଭଗ୍ନୀ ଦେବକୀଙ୍କ ଅଷ୍ଟମ ଗର୍ଭରୁ ବନ୍ଦିଶାଳାରେ ଅର୍ଧ ରାତ୍ରୀରେ ରୋହିଣୀ ନକ୍ଷତ୍ର-ବୃଷରାଶିର ସଂଯୋଗ ସମୟରେ କୃଷ୍ଣ ଜନ୍ମ ଲାଭ କରିଥିଲେ। ବନ୍ଦିଶାଳାରେ ମାତା-ପିତାଙ୍କୁ ଶ୍ରୀକୃଷ୍ଣ ଜଣାଇଥିଲେ ତାଙ୍କର ଧରାବତରଣ ଉଦ୍ଦେଶ୍ୟ। ସେ ଦୁଷ୍ଟ ଶକ୍ତିର ବିନାଶ ଓ ଧର୍ମ ପ୍ରତିଷ୍ଠା ନିମନ୍ତେ ମାନବ ରୂପ ଧାରଣ କରିଛନ୍ତି ଏବଂ ତାଙ୍କର ମାନବ ଲୀଳା ହିଁ ପୃଥିବୀରୁ ସମସ୍ତ ପ୍ରକାର କଳୁଷ ନାଶ କରିପାରିବ।

କଂସର ଅତ୍ୟାଚାରରୁ ମୁକ୍ତ କରିବା ନିମନ୍ତେ ବ୍ରହ୍ମାଙ୍କ ସହ ଦେବଗଣଙ୍କ ଅନୁରୋଧକୁ ରକ୍ଷାକରି,ସେ ଜନ୍ମ ନେଇଛନ୍ତି। ରାକ୍ଷସ ନିପାତ ପାଇଁ ତାଙ୍କୁ ନନ୍ଦରାଜାଙ୍କ ଘରେ ରହିବାକୁ ପଡ଼ିବ, ତେଣୁ ସେଠାରେ ଜନ୍ମ ନେଇଥିବା ବିଜୁଳୀ କନ୍ୟାକୁ ବନ୍ଦୀଶାଳାକୁ ଆଣି ତାଙ୍କୁ ନେଇ ଗୋପପୁରରେ ନନ୍ଦରାଜାଙ୍କ ଘରେ ସମସ୍ତଙ୍କ ଅଗୋଚରରେ ଥୋଇଦେଇ ଆସିବାକୁ ପିତାଙ୍କୁ କହିଲେ। ପ୍ରବଳ ବର୍ଷା ସାଙ୍ଗକୁ ଅନ୍ଧାର ରାତିରେ ବସୁଦେବ ପୁତ୍ରକୁ ନେଇ ଉଛୁଳି ଉଠୁଥିବା ଯମୁନା ନଦୀ ପାର ହେଇ ଗୋପପୁରକୁ ଗଲେ। ପ୍ରଭୁ ବର୍ଷାରେ ତିନ୍ତି ଯାଉଥିବାରୁ ବାଟରେ ନାଗରାଜା ଅନନ୍ତ ବାସୁକି ନିଜର ବିଶାଳ ଫଣା ଢାଙ୍କି ଚାଲିଲେ। ସବୁ ବାଧାବିଘ୍ନ ଅତିକ୍ରମ କରି ଶ୍ରୀକୃଷ୍ଣଙ୍କୁ ନେଇ ନନ୍ଦଘରେ ଛାଡିଥିଲେ ବସୁଦେବ। ପ୍ରଭୁ ଶ୍ରୀକୃଷ୍ଣଙ୍କ ଏହି ପବିତ୍ର ଜନ୍ମ ଦିନକୁ ଜନ୍ମାଷ୍ଟମୀ ଭାବେ ପାଳନ କରାଯାଏ।

ଜନ୍ମାଷ୍ଟମୀ ପର ଦିନ କାହିଁକି ପାଳନ ହୁଏ ନନ୍ଦ ଉତ୍ସବ?

କୃଷ୍ଣ ମଥୁରାରେ ଦେବକୀଙ୍କ ଗର୍ଭରୁ ବନ୍ଦୀଶାଳାରେ ଜନ୍ମ ହୋଇଥିଲେ। ଅତ୍ୟାଚାରୀ କଂସଙ୍କୁ ବଧ କରିବା ପାଇଁ ସେ ମାନବ ଜନ୍ମ ନେଇଥିଲେ। କୃଷ୍ଣ ହିଁ କଂସର ମୃତ୍ୟୁର କାରଣ ହେବ ଏହା କଂସକୁ ଭବିଷ୍ୟବାଣୀ ହୋଇଥିଲା। ଏଥିପାଇଁ ସେ ଜନ୍ମରୁ ହିଁ କୃଷ୍ଣଙ୍କୁ ମାରି ଦେବାକୁ ଚାହୁଁଥିଲା। କୃଷ୍ଣଙ୍କୁ ବଞ୍ଚେଇବା ପାଇଁ ଜନ୍ମ ପରେ କୃଷ୍ଣଙ୍କୁ ପିତା ବସୁଦେବ ଗୋପପୁରରେ ଅର୍ଥାତ ନନ୍ଦ ଓ ଯଶୋଦାଙ୍କ ପାଖରେ ଛାଡ଼ି ଆସିଥିଲେ। ଏହାପରେ ଗୋପପୁରରେ ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବ ପାଳିତ ହୋଇଥିଲା। କୃଷ୍ଣଙ୍କ ଜନ୍ମ ପରଦିନ ଗୋପପୁରରେ ଅର୍ଥାତ ନନ୍ଦରାଜାଙ୍କ ଘରେ ଉତ୍ସବ ପାଳିତ ହୋଇଥିଲା। ସେଥିପାଇଁ ଏହାକୁ ନନ୍ଦ ଉତ୍ସବ ବୋଲି କୁହାଯାଏ ଏହା ଜନ୍ମାଷ୍ଟମୀର ପରଦିନ ପାଳିତ ହୋଇଥାଏ।

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -spot_imgspot_img

Latest Articles