ବୁଷ୍ଟର ଡୋଜ ନେବାକୁ ଆଗ୍ରହ ନାହାନ୍ତି ଲୋକ…

- Advertisement -

() ବୁଷ୍ଟର ଡୋଜ ନେବାକୁ ଆଗ୍ରହ ଦେଖାଉ ନାହାନ୍ତି ଲୋକ,ଚିନ୍ତା ପ୍ରକଟ କଲା ସ୍ୱାସ୍ଥ୍ୟ ବିଭାଗ।ବର୍ତ୍ତମାନ ସୁଦ୍ଧା ରାଜ୍ୟର 87 ପ୍ରତିଶତ ଲୋକେ ନେଇ ନାହାନ୍ତି ବୁଷ୍ଟର ଡୋଜ । ଅର୍ଥାତ ରାଜ୍ୟର 2 କୋଟି 84 ଲକ୍ଷ ଲୋକେ ନେଇ ନାହାନ୍ତି ବୁଷ୍ଟର ଡୋଜ । ବର୍ତ୍ତମାନ ସୁଦ୍ଧା କେବଳ 42 ଲକ୍ଷ 70 ହଜାର 487 ଲୋକେ ନେଇଛନ୍ତି ବୁଷ୍ଟର ଡୋଜ । ଯାହାକି ମାତ୍ର 13 ପ୍ରତିଶତ । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ରାଜ୍ୟର 25 ଲକ୍ଷ ଲୋକ ନେଇ ନାହାନ୍ତି ଦ୍ୱିତୀୟ ଡୋଜ ଟୀକା । କଟକ, ଖୋର୍ଦ୍ଧା, ଜଗତସିଂହପୁର, ସୁନ୍ଦରଗଡ, ପୁରୀ, ଅନୁଗୁଳ ଭଳି ଜିଲ୍ଲାରେ ପ୍ରଥମ ଡୋଜ 90 ପ୍ରତିଶତ ରୁ କମ ଟୀକା କରଣ ହୋଇଛି । ତେବେ କେନ୍ଦ୍ର ସରକାରଙ୍କ ଦ୍ୱାରା କରଯାଉଥିବା ମାଗଣା ଟୀକା କରଣକୁ ଆଉ କମ ଦିନ ବାକି ଥିବାରୁ ସମସ୍ତ ଙ୍କୁ ତୁରନ୍ତ ବୁଷ୍ଟର ଡୋଜ ନେବା ଲାଗି ଅନୁରୋଧ କଲେ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ । ରାଜ୍ୟରେ କୋଭିସିଲଡ଼ ଟୀକା କମ ରହିଥିବାରୁ କେନ୍ଦ୍ର କୁ ଚିଠି ଲେଖିଛି ସ୍ୱାସ୍ଥ୍ୟ ବିଭାଗ ।

ବିଜୟ ପାଣିଗ୍ରାହୀ, ପରିବାର କଲ୍ୟାଣ ନିର୍ଦ୍ଦେଶକ

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -spot_imgspot_img

Latest Articles