ଜୀବନକୁ ଟାଟା କଲେ ରତନ ଟାଟା…

- Advertisement -

() ଭାରତୀୟ ଶିଳ୍ପ ଜଗତର ଘଟିଛି ଅପୂରଣୀୟ କ୍ଷତି। ସବୁଦିନ ପାଇଁ ଆଖି ବୁଜି ଦେଇଛନ୍ତି ବିଶିଷ୍ଟ ଶିଳ୍ପପତି ତଥା ପଦ୍ମ ବିଭୂଷଣ ରତନ ଟାଟା। ୮୬ ବର୍ଷ ବୟସରେ ଆଖି ବୁଜିଛନ୍ତି ଟାଟା ଟ୍ରଷ୍ଟ ଚେୟାରମ୍ୟାନ୍ ତଥା ଟାଟା ସନ୍ସର ଚେୟାରମ୍ୟାନ ଏମେରିଟସ୍ ରତନ ଟାଟା। ବାର୍ଦ୍ଧକ୍ୟଜନିତ ଅସୁସ୍ଥତା ଯୋଗୁଁ ସେ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଦୁଇ ଦିନ ତଳେ ତାଙ୍କ ଅସୁସ୍ଥତାକୁ ନେଇ ଚର୍ଚ୍ଚା ହୋଇଥିଲେ ମଧ୍ୟ, ସୋସିଆଲ ମିଡିଆରେ ଏହାକୁ ଖଣ୍ଡନ କରିଥିଲେ ନିଜେ ରତନ ଟାଟା। ରତନ ଟାଟାଙ୍କ ବିୟୋଗ ବାବଦରେ ବିଶିଷ୍ଟ ଶିଳ୍ପପତି ହର୍ଷ ଗୋୟେଙ୍କା ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି ସେପଟେ ଟାଟା କର୍ତ୍ତୃପକ୍ଷଙ୍କ ତରଫରୁ ମଧ୍ୟ ରତନ ଟାଟାଙ୍କ ବିୟୋଗ ବାବଦରେ ସ୍ପଷ୍ଟୀକରଣ କରିଥିଲା। ରତନ ଟାଟା ୧୯୯୧ରେ ଟାଟା ସନ୍ସର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ଭାରତୀୟ ଶିଳ୍ପର ଜଣେ ପ୍ରମୁଖ ବ୍ୟକ୍ତିତ୍ୱ। ଭାରତୀୟ ଉଦ୍ୟୋଗକୁ ବିଶ୍ବ ମଞ୍ଚରେ ପ୍ରତିଷ୍ଠିତ ଓ ଉପସ୍ଥାପିତ କରିବାରେ ଟାଟାଙ୍କ ଗୁରୁତ୍ବପୂର୍ଣ୍ଣ ଭୂମିକା ସ୍ବୀକାର୍ଯ୍ୟ। ତାଙ୍କ ଅମଳରେ ଟାଟା ମୋଟର୍ସ ବିଶ୍ବ ପ୍ରସିଦ୍ଧ ଅଟୋମୋବାଇଲ୍ କମ୍ପାନି ‘ଜାଗୁଆର୍’ ଓ ‘ଲ୍ୟାଣ୍ଡରୋଭର୍’କୁ ଏବଂ ‘କୋରସ୍’କୁ ଟାଟା ଷ୍ଟିଲ୍ ଅଧିଗ୍ରହଣ କରିଥିଲା। ଭାରତର ସାଧାରଣ ଜନତାଙ୍କ କାର୍ ସ୍ବପ୍ନ ପୂରଣ କରିବା ଲାଗି ଲକ୍ଷେ ଟଙ୍କିଆ କାର୍ ‘ନାନୋ’ ଆଣିଥିଲେ। ଯେଉଁ ସମୟରେ ପାଶ୍ଚାତ୍ୟ ଅଟୋମୋବାଇଲ୍ ବ୍ରାଣ୍ଡ ଗୁଡ଼ିକର ଭାରତରେ ଆଧିପତ୍ୟ ରହିଥିଲା ସେହି ସମୟରେ ‘ଇଣ୍ଡିକା’ କାର୍ ଆଣି ସେ ସେମାନଙ୍କ ଗଡ଼ରେ ପ୍ରବେଶ କରିବା ସହ ଉଲ୍ଲେଖନୀୟ ସଫଳତା ହାସଲ କରିଥିଲେ। ଶିଳ୍ପ କ୍ଷେତ୍ର ଭଳି ଉଲ୍ଲେଖନୀୟ ଅବଦାନ ପାଇଁ ଭାରତ ସରକାର ତାଙ୍କୁ ୨୦୦୦ରେ ପଦ୍ମଭୂଷଣ ଓ ୨୦୦୮ରେ ପଦ୍ମବିଭୂଷଣ ସମ୍ମାନ ପ୍ରଦାନ କରିଥିଲେ।

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -spot_imgspot_img

Latest Articles