ସମ କୋଭିଡ ହସ୍ପିଟାଲରୁ ଆସିଲା ବଡ଼ ଖବର : କରୋନାକୁ ପରାସ୍ତ କଲେ ୯୦ ବର୍ଷୀୟା ବୃଦ୍ଧା–

- Advertisement -

ଭୁବନେଶ୍ୱର, ୧୬/୫: ହାରିବ କରୋନା, ଜିତିବ ମଣିଷ। ଏ କଥାକୁ ପୁଣି ଥରେ ସାବ୍ୟସ୍ତ କରିଛନ୍ତି ୯୦ ବର୍ଷୀୟା ଜଣେ ବୃଦ୍ଧା | ସମ କୋଭିଡ ହସ୍ପିଟାଲରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି କରୋନା ସଂକ୍ରମିତ ହୋଇଥିବା ବାଉରୀ ସାହୁ |
ଭୁବନେଶ୍ୱର ୟୁନିଟ ୨ ଅଂଚଳର ବାଉରୀ
ଗତ ମେ ୩ ତାରିଖରେ କୋଭିଡ ଆକ୍ରାନ୍ତ ହେବା ପରେ ସମ କୋଭିଡ ହସ୍ପିଟାଲରେ ଭର୍ତି ହୋଇଥିଲେ | ତେବେ ଏହି ହସ୍ପିଟାଲର ଡାକ୍ତର, ନର୍ସ ଏବଂ ଅନ୍ୟ ସ୍ୱାସ୍ଥ୍ୟ କର୍ମୀଙ୍କ ପ୍ରଚେଷ୍ଟା ଫଳରେ ସେ ରବିବାର ଆରୋଗ୍ୟ ଲାଭ କରିବା ସହ ଘରକୁ ଫେରିଛନ୍ତି |
ବୃଦ୍ଧା ଜଣଙ୍କ ସୁସ୍ଥ ହେବା ନେଇ ସମ କୋଭିଡ ହସ୍ପିଟାଲ କୁ ଅଶେଷ ଧନ୍ୟବାଦ ଜଣାଇଛନ୍ତି ତାଙ୍କ ପୁଅ ବିଶି ସାହୁ |
ଗତ ୧୩ ତାରିଖରେ ଜଣେ ୯୮ ବର୍ଷୀୟା ବୃଦ୍ଧା ଅନ୍ନପୂର୍ଣ୍ଣା ବିଶ୍ୱାଳ ମଧ୍ୟ କରୋନା ରୁ ସୁସ୍ଥ ହୋଇ ଘରକୁ ଫେରିଥିଲେ।

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -

Latest Articles