( ) ବନ୍ଦ ଯୋଗୁଁ ରୋଜଗାର ହରାଇବା ଲୋକେ କଂଗ୍ରେସକୁ କ୍ଷମା କରିବେନି:ବିଜେଡି
ବିଜେପି ଇଶାରାରେ ନାଚୁଛି କଂଗ୍ରେସ।
ଦୁର୍ବଳ ଆର୍ଥିକ ସ୍ଥିତି ଯୋଗୁଁ କଂଗ୍ରେସ ଏବେ ବିଜେପିର ବି-ଟିମ୍।
ପ୍ରମାଣ ଥିଲେ କୋର୍ଟକୁ ଯିବାକୁ ପରାମର୍ଶ
ବନ୍ଦ ଡାକରା ପ୍ରତ୍ୟାହାର ପାଇଁ ବିଜେଡିର ଆହ୍ୱାନ।
{} ବିଗତ ଦୁଇ ବର୍ଷ ମଧ୍ୟରେ କୋଭିଡ ମହାମାରୀ ଲୋକଙ୍କ ଜୀବନ ଏବଂ ଜୀବିକାକୁ ନଷ୍ଟ କରିଦେଲା । କୋଟି କୋଟି ଚାକିରୀ ଚାଲିଗଲା ଏବଂ ଅର୍ଥନୀତି ପଛେଇ ଗଲା । ଲକଡାଉନ ପରେ ଗତ କିଛି ମାସnହେଲା ଓଡିଶାର ଲୋକମାନେ ନିଜ ପାଦରେ ଛିଡାହୋଇଛନ୍ତି ଓ କାମକୁ ଫେରିଛନ୍ତି । ସେମାନେ କାମ ଚାହୁଁଛନ୍ତି ଏବଂ କୋଭିଡ କାରଣରୁ ହରାଇଥିବା ଜୀବିକାର ପୁନରୁଦ୍ଧାର କରିବାକୁ ଚାହୁଁଛନ୍ତି । ଏଭଳି ସ୍ଥିତିରେ ବନ୍ଦ ଡାକରା ଯୋଗୁଁ ରୋଜଗାର ହରାଉଥିବା ଲୋକେ କଂଗ୍ରେସକୁ କ୍ଷମା କରିବେ ନାହିଁ ବୋଲି କହିଛନ୍ତି ବିଜେଡିର ରାଷ୍ଟ୍ରୀୟ ମୁଖପାତ୍ର ଡକ୍ଟର ସସ୍ମିତ ପାତ୍ର । ଆଜି ଏଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଡକ୍ଟର ପାତ୍ର କହିଛନ୍ତି ଯେ ଏହି ଗୁରୁôତ୍ୱପୂର୍ଣ୍ଣ ସମୟରେ ଆସନ୍ତାକାଲି ଓଡିଶା କଂଗ୍ରେସ ଏକ ବନ୍ଦ ଡାକରା ଦେଇଛି ଯାହା ଦ୍ୱାରା ଓଡିଶାର ୪.୫ କୋଟି ଲୋକଙ୍କ ଜୀବନ ଓ ଜୀବିକା ଉପରେ ଗୁରୁତର ପ୍ରଭାବ ପଡିଛି । ପରିବାର ଏକ ରୋଜଗାରିଆ ବଢିଲା ଝିଅକୁ ହରାଇଛି ଏବଂ ଏହି ଘଟଣାରେ ଆମେ ସମସ୍ତେ ଅତ୍ୟନ୍ତ ଦୁଃଖିତ । ଏହି ମାମଲାକୁ ରାଜନୀତିକରଣ ନକରିବାକୁ ପରିବାର ଲୋକେ ସମସ୍ତଙ୍କୁ ଅନୁରୋଧ କରିଛନ୍ତି ଏବଂ ତଦନ୍ତରେ ସେମାନେ ସନ୍ତୁଷ୍ଟ ଅଛନ୍ତି । ତଥାପି କଂଗ୍ରେସ ଏହି ମାମଲାରେ ହୀନ ରାଜନୀତି କରିବାକୁ ଓଡିଶା ବିଜେପି ସହ ହାତ ମିଳାଇଥିବା ଜଣାପଡିଛି । ଏହି ପ୍ରସଙ୍ଗରେ ଯଦି ଓଡିଶା କଂଗ୍ରେସ ନିକଟରେ କୌଣସି ପ୍ରମାଣ ଅଛି, ସେମାନେ କୋର୍ଟ ଯାଇ ନ୍ୟାୟ ଲୋଡିପାରିବେ, କିନ୍ତୁ ଏହା ବଦଳରେ ବନ୍ଦ ଡାକରା ଦେବା ଅତ୍ୟନ୍ତ ନିଷ୍ଠୁର ଆଚରଣ ।
ଏଥିରୁ ସ୍ପଷ୍ଟ ହୋଇଛି ଯେ ଓଡିଶା କଂଗ୍ରେସ ବର୍ତ୍ତମାନ ଓଡିଶା ବିଜେପିର ବି-ଟିମ୍ ଭାବେ କାର୍ଯ୍ୟ କରୁଛି । ଏହାର
ଦୁର୍ବଳ ଆର୍ଥିକ ସ୍ଥିତି ହେତୁ ଓଡିଶା କଂଗ୍ରେସର କାର୍ଯ୍ୟକଳାପ ଓଡିଶା ବିଜେପିରୁ ଆର୍ଥିକ ସହାୟତା ପାଉଥିବା ଭଳି ଜଣାପଡୁଛି । ଯେକୌଣସି ପୃଷ୍ଠପୋଷକତା ବିନା ସର୍ତ୍ତରେ ଯେ ନୁହେଁ ତାହା ଆମେ ସମସ୍ତେ ଜାଣିଛେ । ତେବେ ଏଥିରୁ ସ୍ପଷ୍ଟ ଜଣାପଡୁଛି ଯେ ଓଡିଶା କଂଗ୍ରେସ ଓଡ଼ିଶା ବିଜେପିର ଇସାରାରେ ନାଚୁଛି । ଓଡ଼ିଶା କଂଗ୍ରେସ ଆଉ ଲୋକଙ୍କ ପ୍ରସଙ୍ଗ ଯେପରିକି ମୂଲ୍ୟ ବୃଦ୍ଧି, ବେକାରୀ, କୃଷକ ଆନ୍ଦୋଳନ ଇତ୍ୟାଦି ଉଠାଇବାକୁ ଚାହୁଁନାହିଁ । ଓଡିଶା ବିଜେପି ଯାହା କରିବାକୁ କହୁଛି ତାହା ଏମାନେ କରୁଛନ୍ତି । ସେମାନଙ୍କର ଉଦ୍ଦେଶ୍ୟ ପୀଡିତାଙ୍କ ପାଇଁ ନ୍ୟାୟ ନୁହେଁ ବରଂ ସେମାନଙ୍କ ଦଳ ପ୍ରାସଙ୍ଗିକ ରହିବା ସହିତ ଓଡିଶା ବିଜେପିର ଭଲ ନଜରରେ ରହିବ ଯାହା ଦ୍ୱାରା ଏହା ଓଡିଶା କଂଗ୍ରେସକୁ ସହାୟତା ମିଳିପାରିବ ବୋଲି ଡକ୍ଟର ପାତ୍ର କହିଛନ୍ତି ।