( )ଆଜିଠାରୁ ଆରମ୍ଭ ହେଲା ସ୍କୁଲ ରୂପାନ୍ତର ପର୍ବ । ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମରେ ୧ମ ପର୍ଯ୍ୟାୟରେ ରାଜ୍ୟର ୩୦ଟି ଜିଲ୍ଲାର ୧୦୭୫ଟି ସ୍କୁଲର ରୂପାନ୍ତର କାର୍ଯ୍ୟ ଶେଷ ହୋଇଛି। ସାତ ଦିନ ଧରି ଚାଲିବାକୁ ଥିବା ଏହି ପର୍ବର ପ୍ରଥମ ଦିନରେ ଆଜି ସୁନ୍ଦରଗଡ, କଟକ, ନବରଙ୍ଗପୁର, କନ୍ଧମାଳ ଓ ବାଲେଶ୍ବର ଆଦି ୫ଟି ଜିଲ୍ଲାର ୧୪୨ଟି ରୂପାନ୍ତର ସ୍କୁଲକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଲୋକାର୍ପିତ କରିଛନ୍ତି।ରୂପାନ୍ତର ହୋଇଥିବା ୧୦୭୫ ହାଇସ୍କୁଲର ଲୋକାର୍ପଣ ଉତ୍ସବ ଆଜିଠାରୁ ଆରମ୍ଭ କରାଗଲା। ୨୪ ନଭେମ୍ବର ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଜାରି ରହିବ। ପୂର୍ବରୁ ଗତ ଅଗଷ୍ଟରେ ହିଞିଳିର ପଚାଶଟି ରୂପାନ୍ତରିତ ସ୍କୁଲର ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଥିଲେ। ଏଥିରେ ସୁନ୍ଦରଗଡର ୬୭ଟି, କଟକର ୩୦ଟି, ବାଲେଶ୍ବରର ୨୩ଟି, ନବରଙ୍ଗପୁରର ୨୨ଟି ଓ କନ୍ଧମାଳର ୧୦ଟି ସ୍କୁଲ ରହିଛି।